ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର‌୍ୟ୍ୟକ୍ରମର ଆଜି ଥିଲା ୧୪ତମ ପାଳି। ଆଜି ଭୁବନେଶ୍ୱର ୟୁନିଟ-୨ ଠାରେ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ମନ୍ତ୍ରୀ ମଣ୍ଡଳର ବରିଷ୍ଠ ମନ୍ତ୍ରୀଗଣ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିୟମିତ ଅଭିଯୋଗ ଶୁଣାଣି ଯୋଗୁ ବିଭିନ୍ନ କାରଣରୁ ସମସ୍ୟାରେ ଥିବା ଲୋକମାନେ ଆଶା ଓ ଭରସା ନେଇ ଆସୁଛନ୍ତି ଏବଂ ସେମାନଙ୍କ ସମସ୍ୟାର ସମାଧାନ ମଧ୍ୟ କରାଯାଉଛି। ଗତ ୧୩ଟି ପାଳିରେ ଗ୍ରହଣ କରାଯାଇଥିବା ୧୨,୨୫୨ଟି ଅଭିଯୋଗ ମଧ୍ୟରୁ ୧୦,୮୦୭ଟି ଅଭିଯୋଗର ସମାଧାନ କରାଯାଇଛି । ଯାହା ଶତକଡ଼ା ୮୮ ପ୍ରତିଶତ ଅଟେ । ବାକି ଅଭିଯୋଗ ଗୁଡ଼ିକ ପ୍ରକ୍ରିୟା ମଧ୍ୟରେ ରହିଛି । ଲୋକଙ୍କ ସମସ୍ୟାର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିୟମିତ ପ୍ରୟାସ ଯୋଗୁ ସରକାରଙ୍କ ପ୍ରତି ଲୋକଙ୍କ ଆସ୍ଥା ବୃଦ୍ଧି ପାଇଛି।